
-
ଚାଲି ପାରିଲା ନାହିଁ ପ୍ରଶ୍ନକାଳ
ଭୁବନେଶ୍ୱର, ଓଡିଶା ବିଧାନସଭାର ଶୀତକାଳୀନ ଅଧିବେଶନର ଦ୍ୱିତୀୟ ଦିନରେ ମଧ୍ୟ ମମିତା ମେହେର ହତ୍ୟା ମାମଲାରେ ଗୃହ ବିଭାଗର ରାଷ୍ଟ୍ର ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଦାବି କରି ହଟ୍ଟଗୋଳ କାରଣରୁ ବିଧାନସଭାରେ ପ୍ରଶ୍ନକାଳ ଚାଲି ପାରି ନାହିଁ । ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଗୃହକୁ ୧୧.୩୦ ଯାଏ ମୁଲତବୀ ଘୋଷଣା କରିଛନ୍ତି ।
ଆଜି ୧୦.୩୦ଟାରେ ନିର୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗୃହ କାର୍ଯ୍ୟ ଆରମ୍ଭ ହୋଇଥିଲ।। ଗୃହକାର୍ଯ୍ୟ ଆରମ୍ଭ ହେବା ମାତ୍ରେ ଉଭୟ ବିଜେପି ଓ କଂଗ୍ରେସ ଦଳର ବିଧାୟକ ମାନେ ହାତରେ ପ୍ଲାକାର୍ଡ ଧରି ମମିତା ମେହେର ମାମଲାରେ ଦିବ୍ୟଶଙ୍କର ମିଶ୍ରଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଥିଲୋ । ବାଚସ୍ପତି ସେମାନଙ୍କୁ ଏପରି ନ କରିବାକୁ ଅନୁରୋଧ କରିଥିଲେ । ହେଲେ ବିରୋଧୀ ବିଧାୟକ ମାନେ ତାଙ୍କର କଥା ଶୁଣି ନ ଥିଲେ । ତେଣୁ ବାଚସ୍ପତି ଗୃହକୁ ୧୧.୩୦ ଯାଏ ମୁଲତବୀ ରଖିଥିଲେ ।