ଭୁବନେଶ୍ୱର, ରାଜ୍ୟରେ କରୋନାରେ ଆଉ ୩ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୮୪୨୦ ହୋଇ ଯାଇଛି । ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ଯାଜପୁର ଓ ଖୋର୍ଧା ଜିଲ୍ଲାରେ ୧-୧ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।
କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ମାମଲାରେ ୩୧ ଗିରଫ, ୬୮୪ ବାହନ ଜବତ
ଭୁବନେଶ୍ୱର, ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୩୧ ଜଣଙ୍କୁ ଗିରଫ ଜବତ କରା ଯାଇଛି । ୬୮୪ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୨୩,୩୧,୯୫୦ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି ।