
ଭୁବନେଶ୍ବର, ଜୱାଦ ପ୍ରଭାବରେ ଉପକୂଳ ଓଡ଼ିଶାରେ ବର୍ଷା ଲାଗି ରହିଥିବା ବେଳେ ରାଜ୍ୟର ଖଲ୍ଲିକୋଟରେ ସର୍ବାଧିକ ୧୫୮ ମିମି ବର୍ଷା ରେକର୍ଡ କରାଯାଇଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି।
ସେ ଆହୁରି କହିଛନ୍ତି ଯେ ନୟାଗଡ଼ରେ ୧୦୭.୫, ଛତ୍ରପୁରରେ ୮୬.୬ ଓ ଭୁବନେଶ୍ୱରରେ ୪୨.୩ ମିମି, ଖୋର୍ଦ୍ଧାର ବାଣପୁରରେ ୮୧, ଗଞ୍ଜାମର ପୋଲସରାରେ ୭୧.୮, ଜଗତସିଂହପୁରରେ ୬୮ ଓ କେନ୍ଦ୍ରାପଡ଼ା ଜିଲ୍ଲାର ରାଜନଗରରେ ୬୫ ମିମି ବର୍ଷା ହୋଇଥିବା ଜଣାଯାଇଛି।