
ଭୁବନେଶ୍ୱର,ରାଜ୍ୟରେ ଗୋଟିଏ ଦିନରେ ୧୮୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୦୨୪୯ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୨୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୯ ହଜାର ୪୬୧ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୩୧୩ ରହିଛି ।
ଆଜି ଚିହ୍ନଟ ହୋଇଥିବା ୧୮୯ ଜଣଙ୍କ ମଧ୍ୟରୁ ୧୧୩ ଜଣ ସଂଗରୋଧରୁ ହୋଇଥିବା ବେଳେ ୭୬ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୯ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୮୩ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ୨ ଜଣ, ବାଲେଶ୍ୱର ଜିଲ୍ଲାରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ଼ରୁ ୧ ଜଣ, ଭଦ୍ରକ ଜିଲ୍ଲାରେ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବଲାଙ୍ଗିର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କଟକରୁ ୯ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତିରୁ ୨, ଗଂଜାମ ଜିଲ୍ଲାରେ ୩ ଜଗତସିଂହପୁର ଜିଲ୍ଲାରୁ ୨ ଜଣ, ଯାଜପୁରରୁ ୧୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡ଼ାରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
ଖୋର୍ଦ୍ଧାରୁ ୮୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଓ ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିା ମୟୂରଭଞ୍ଜ ଜିଲ୍ଲାରୁ ୧୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣ ହେଲେ ସ ଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ ଓ ନୂଆପଡା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀ ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ , ରାୟଗଡ଼ା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସମ୍ବଲପୁରରୁ ୧୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । । ସୁନ୍ଦରଗଡ଼ରୁ ୧୨ ଜଣ ଓ ଷ୍ଟେଟ୍ ପୁଲରୁ ୧୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।