ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୩୯୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୪ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୭୦୧୨ହୋଇଛି ।
ଆସାମରେ କରୋନାର ୧୬୯ ନୂଆ ମାମଲା
ଦିସପୁର, ଆସାମରେ ଗତ ୨୪ ଘଂଟାରେ କରୋନାର ୧୬୯ ଟି ନୂଆ ମାମଲା ସାମନାକୁ ଆସିଛି । ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧,୨୦୪ ହୋଇଛି । ରାଜ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୫୧ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୫୧ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୨୨ ହୋଇ ଯାଇଛି ।