
ଭୁବନେଶ୍ୱର ,ଜବାଦ କାରଣରୁ ହୋଇଥିବା କ୍ଷୟକ୍ଷତି ସମ୍ପର୍କରେ ଜିଲ୍ଲାପାଳମାନଙ୍କୁ ରିପୋର୍ଟ ମଗାଯାଇଛି । ରାଜସ୍ୱ ଓ ବିପର୍ଯ୍ୟୟ ପ୍ରସମନ ମନ୍ତ୍ରୀ ସୁଦାମ ମାରାଣ୍ଡି ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଖୁବ ଶୀଘ୍ର କ୍ଷୟକ୍ଷତି ରିପୋର୍ଟ ଦେବା ଲାଗି ସବୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ରିଲିଫ୍ କୋଡ୍ ଅନୁଯାୟୀ ଚାଷୀଙ୍କୁ ଏହି ସହାୟତା ମିଳିବ ବୋଲି ସେ ସୂଚନା ଦେଇଛନ୍ତି।