ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୧୦୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୦୩୫୪କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୧୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୯ ହଜାର ୬୭୩ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୨୦୫ ରହିଛି ।
ଆଜି ଚିହ୍ନଟ ହୋଇଥିବା ୧୦୫ ଜଣଙ୍କ ମଧ୍ୟରୁ ୬୨ ଜଣ ସଂଗରୋଧରୁ ହୋଇଥିବା ବେଳେ ୪୩ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୫ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୪୮ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ୩, ବାଲେଶ୍ୱର ଜିଲ୍ଲାରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ଼ରୁ ୨ ଜଣ, ଭଦ୍ରକ ଜିଲ୍ଲାରେ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବଲାଙ୍ଗିର ଓ ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କଟକରୁ ୪ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଢେଙ୍କାନାଳ ଓ ଗଜପତିରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଂଜାମ ଜିଲ୍ଲାରେ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଜଗତସିଂହପୁର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଯାଜପୁରରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଓ କଳାହାଣ୍ଡି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କନ୍ଧମାଳରୁ ୧, କେନ୍ଦ୍ରାପଡ଼ାରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝରରୁ ୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଖୋର୍ଦ୍ଧାରୁ ୪୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଓ ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିା ମୟୂରଭଞ୍ଜ ଜିଲ୍ଲାରୁ ୧୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣ ହେଲେ ସ ଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୂଆପଡା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀ ଓ ରାୟଗଡ଼ା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସମ୍ବଲପୁରରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । । ସୁନ୍ଦରଗଡ଼ରୁ ୧ ଜଣ ଓ ଷ୍ଟେଟ୍ ପୁଲରୁ ୧୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।