ଭୁବନେଶ୍ୱର, ଓମିକ୍ରନକୁ ନେଇ ଭୟଭୀତ ହେବାର ଆବଶ୍ୟକତା ନାହିଁ । ରାଜ୍ୟରୁ ୨୪୬ ନମୂନା ଜିନମ ସିକ୍ୱେନ୍ସିଂ ଲାଗି ଯାଇଛି । ଏସବୁ ବୁର୍ଲା, ମୟୁରଭଞ୍ଜ ସମେତ ବିଭିନ୍ନ କୋଭିଡ କ୍ଲଷ୍ଟରର ପଜିଟିଭ ନମୂନା । କୌଣସି ବିଦେଶ ଫେରନ୍ତା ଓମିକ୍ରନ ଆକ୍ରାନ୍ତ ହୋଇଛନ୍ତି ନା ନାହିଁ, ତାହା ଶୁକ୍ରବାର ଜଣା ପଡ଼ିବ ବୋଲି ଡିଏମଇଟି ଡାକ୍ତର ରମାରମଣ ମହାନ୍ତି କହିଛନ୍ତି ।
ତେବେ ଜନସାଧାରଣ ଓମିକ୍ରନକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ । ଯେଉଁ ଜାଗାରେ ଓମିକ୍ରନ ଚିହ୍ନଟ ହେଲାଣି, ସ୍ୱଳ୍ପ ଲକ୍ଷଣ ଦେଖାଦେଉଛି । ୧୮ ବର୍ଷରୁ କମ ବୟସ୍କଙ୍କ ଟିକାକରଣ ପ୍ରକ୍ରିୟା ଆରମ୍ଭ ପର୍ଯ୍ୟାୟରେ ଅଛି । ଯଦି ସେମାନଙ୍କୁ ଟିକା ଦିଆଯାଏ, ତେବେ ଶତପ୍ରତିଶତ ଜନସଂଖ୍ୟାକୁ ଟିକାକରଣ କରାଯାଇ ପାରିବ ।