ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୨୫୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୦୭୬୦ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୫୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୦ ହଜାର ୧୩୯ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୧୪୨ ରହିଛି ।
ଆଜି ଚିହ୍ନଟ ହୋଇଥିବା ୨୫୫ ଜଣଙ୍କ ମଧ୍ୟରୁ ୧୫୨ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୦୩ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୮ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୧୦୬ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ୧୪ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱର ଓ ବରଗଡ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଭଦ୍ରକ ଜିଲ୍ଲାରେ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବଲାଙ୍ଗିର ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କଟକରୁ ୧୨ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଢେଙ୍କାନାଳ ଜିଲ୍ଲାରୁ ୨ ଜଣ ଗଜପତିରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତିି । ଗଂଜାମ ଜିଲ୍ଲାରେ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଜଗତସିଂହପୁର ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯାଜପୁରରୁ ୧୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୨ ଜଣ ସଂକ୍ରମିତ ହୋଇଥିବା ବେଳେ କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡ଼ାରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝରରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଖୋର୍ଦ୍ଧାରୁ ୧୦୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଓ ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିା ମୟୂରଭଞ୍ଜ ଜିଲ୍ଲାରୁ ୨୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣ ହେଲେ ସ ଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୂଆପଡା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀ ଜିଲ୍ଲାରୁ ୪୦ ଜଣ ଓ ରାୟଗଡ଼ା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । । ସମ୍ବଲପୁରରୁ ୧୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୧୮ ଜଣ ଓ ଷ୍ଟେଟ୍ ପୁଲରୁ ୨୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।