
ଭୁବନେଶ୍ୱର, ବହୁଚର୍ଚ୍ଚିତ ମମିତା ମେହେର ଅପହରଣ ଓ ହତ୍ୟାକାଣ୍ଡ ମାମଲାରେ ବିଜେପି ଯୁବ ମୋର୍ଚା ପକ୍ଷରୁ ଗୁରୁବାର ଦିନ ବିଧାନସଭା ଘେରାଉ କରା ଯାଇଛି । ବିଜେପି ଯୁବ ମୋର୍ଚା ପକ୍ଷରୁ ମନ୍ତ୍ରୀ ଦିବ୍ୟଶଙ୍କରଙ୍କୁ ମନ୍ତ୍ରୀମଣ୍ଡଳରୁ ବହିଷ୍କାର ଏବଂ ଘଟଣାର ନିରପେକ୍ଷ ତଦନ୍ତ ସିବିଆଇ ଦ୍ୱାରା କରାଇବା ଦାବି କରା ଯାଇଛି ।
ରାଜ୍ୟର ବିଭିନ୍ନ ଜିଲ୍ଲାରୁ ବିଜେପି ଯୁବମୋର୍ଚାର କର୍ମୀ ମାନେ ଆସି ବିଧାନସଭା ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ଏହି ମାମଲାରେ ମୁଖ୍ୟ ଷଡଯନ୍ତ୍ରକାରୀ ତଥା ରାଜ୍ୟ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କରଙ୍କୁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ସୁରକ୍ଷା ପ୍ରଦାନ କରୁୁଛନ୍ତି । ଏପରିକି ଖୋଦ୍ ମୁଖ୍ୟମନ୍ତ୍ରୀ କଳାହାଣ୍ଡିରେ ଅଭିଯୁକ୍ତ ମନ୍ତ୍ରୀଙ୍କ ସହ ଗୋଟିଏ ମଂଚରେ ବସି ରହି ଅପରାଧକୁ ଆହୁରି ଅଧିକ ପ୍ରୋତ୍ସାହିତ କରିଛନ୍ତି । ଘଟଣା ଘଟିବାର ଏତେ ଦିନ ବିତି ଯାଇଥିବା ସତ୍ୱେ ମୁଖ୍ୟମନ୍ତ୍ରୀ ବର୍ତମାନ ସୁଦ୍ଧା ପଦୁଟିଏ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ନକହିବା ଅତ୍ୟନ୍ତ ଦୁର୍ଭାଗ୍ୟଜନ ବୋଲି ବିଜେପି ଯୁବ ମୋର୍ଚାର ରାଜ୍ୟ ସାଧାରଣ ସମ୍ପାଦକ ଦୀପକ ଗୋଛାୟତ କହିଛନ୍ତି । ô
ସେ କହିଛନ୍ତି ଯେ ମୁଖ୍ୟ ଷଡଯନ୍ତ୍ରକାରୀ ତଥା ରାଜ୍ୟ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ନିଜ ପଦ ଓ କ୍ଷମତାର ଅପବ୍ୟବହାର କରି ତଦନ୍ତ ପ୍ରକ୍ରିୟାକୁ ବାଟବଣା କରୁଛନ୍ତି । ତେଣୁ ତାଙ୍କୁ ତୁରନ୍ତ ମନ୍ତ୍ରୀମଣ୍ଡଳରୁ ମୁଖ୍ୟମନ୍ତ୍ରୀ ବହିଷ୍କାର କରନ୍ତୁ ଏବଂ ଘଟଣାର ନିରପେକ୍ଷ ତଦନ୍ତ ସିବିଆଇ ଦ୍ୱାରା କରିବାକୁ ବିଜେପି ତରଫରୁ ବାରମ୍ବାର ଦାବୀ କରାଯିବା ସତ୍ୱେ ରାଜ୍ୟ ସରକାର କର୍ଣ୍ଣପାତ କରୁନାହାଁନ୍ତି । ମମିତାଙ୍କୁ ନ୍ୟାୟ ପ୍ରଦାନ, ଦିବ୍ୟଶଙ୍କରଙ୍କୁ ମନ୍ତ୍ରୀମଣ୍ଡଳରୁ ବହିଷ୍କାର ଏବଂ ଘଟଣାର ନିରପେକ୍ଷ ତଦନ୍ତ ସିବିଆଇ ଦ୍ୱାରା କରାଇବା ଏହି ଆନ୍ଦୋଳନ କରା ଯାଉଛି ।