
ତିରୁବନନ୍ତପୁରମ ,କେରଳରେ ଗତ ୨୪ ଘଂଟାରେ ୫,୦୩୮ ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏହା ସହ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୪୦,୯୫୯ହୋଇ ଯାଇଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୬୫ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୬୫ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୦୪ ହୋଇ ଯାଇଛି ।
ଆସାମରେ କରୋନାର ୧୩୪ ନୂଆ ମାମଲା
ଦିସପୁର, ଆସାମରେ ଗତ ୨୪ ଘଂଟାରେ କରୋନାର ୧୩୪ ଟି ନୂଆ ମାମଲା ସାମନାକୁ ଆସିଛି । ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧,୧୯୪ ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।