
ଗାନ୍ଧୀନଗର , ଗୁଜରାତରେ ଗତ ୨୪ ଘଂଟାରେ ୭୦ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୪୫୯ହୋଇଛି ।
ଆସାମରେ କରୋନାର ୧୪୬ ନୂଆ ମାମଲା
ଦିସପୁର, ଆସାମରେ ଗତ ୨୪ ଘଂଟାରେ କରୋନାର ୧୪୬ ଟି ନୂଆ ମାମଲା ସାମନାକୁ ଆସିଛି । ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧,୧୯୬ ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
କର୍ଣାଟକରେ ଗତ ୨୪ ଘଂଟାରେ ୩୭୩ କରୋନାର ନୂଆ ମାମଲା
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୩୭୩ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୪ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ରାଜ୍ୟରେ ୭,୩୩୨ ସକ୍ରିୟ ମାମଲା ରହିଛି ।