
ଭୁବନେଶ୍ୱର, ବିଜେଡି ବିଧାୟକ ବଦ୍ରି ନାରାୟଣ ପାତ୍ର ଅସୁସ୍ଥ ହୋଇପଡ଼ିଛନ୍ତି । ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତି କରାଯାଇଛି । ଛାତିରେ ଯନ୍ତ୍ରଣା ଅନୁଭବ କରିବା ପରେ ତାଙ୍କୁ ଡାକ୍ତରଖାନାରେ ଭର୍ତି କରାଯାଇଥିବା ଜଣାପଡ଼ିଛି । ସ୍ୱାସ୍ଥ୍ୟାବସ୍ଥା ଗୁରୁତର ଥିବାରୁ ତାଙ୍କୁ ଏୟାର ଆମ୍ବୁଲାନ୍ସ ଯୋଗେ ହାଇଦ୍ରାବାଦ୍ ନିଆଯାଇପାରେ ।