
-
ଶ୍ରଦ୍ଧାଂଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, କୁନୁର ହେଲିକପ୍ଟର ଦୁର୍ଘଟଣା ରେ ଶହୀଦ ହୋଇଥିବା ଓଡ଼ିଆ ଜବାନ ରାଣାପ୍ରତାପ ଦାସଙ୍କ ପାର୍ôଥବ ଶରୀର ଆଜି ଭୁବନେଶ୍ୱର ରେ ପହଂଚିଛି । ମୁଖ୍ୟମନ୍ତ୍ରୀ ଶ୍ରୀ ନ୍ୱୀନ ପଟ୍ଟନାୟକ ଭୁବନେଶ୍ୱର ବିମାନ ବନ୍ଦର କୁ ଯାଇ ଶହୀଦ ରାଣାପ୍ରତାପ ଦାସଙ୍କ ମରଶରୀର ରେ ପୁଷ୍ପ ପ୍ରଦାନ ପୂର୍ବକ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଶହୀଦ ରାଣାପ୍ରତାପ ଦାସଙ୍କ ଉତ୍ସର୍ଗୀକୃତ ସେବା ଓ ଦେଶଭକ୍ତି ର ମୁଖ୍ୟମନ୍ତ୍ରୀ ଉଚ୍ଚ ପ୍ରଶଂସା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ।