
-
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଲେ ନିର୍ଦେଶ
ଭୁବନେଶ୍ୱର, ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀଙ୍କୁ ଆଉ ୪ ମାସ ମାଗଣା ଚାଉଳ ପ୍ରଦାନ କରାଯିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପରୋକ୍ତ ନିର୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କାର୍ଯାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ ଅନୁଯାୟୀ, ଏହି ଯୋଜନାର ପ୍ରତ୍ୟେକ ହିତାଧିକାରୀ ଚଳିତ ଡିସେମ୍ବର ମାସରୁ ୨୦୨୨ ମାର୍ଚ୍ଚ ପର୍ଯ୍ୟନ୍ତ ପ୍ରତିମାସ ଅତିରିକ୍ତ ୫ କିଲୋଗ୍ରାମ ଚାଉଳ ପାଇବେ । ଏଥିପାଇଁ ରାଜ୍ୟ ସରକାର ମୋଟ ୧୮,୩୧୦.୬୪୦ ଟନ୍ ଚାଉଳ ଦେବେ । ପ୍ରତି ମାସରେ ୪୫୭୮ ଟନ୍ ଚାଉଳ ଯୋଗାଇ ଦିଆଯିବ । ଏଥିପାଇଁ ରାଜ୍ୟ ସରକାର ନିଜସ୍ୱ ପାଣ୍ଠିରୁ ୬୮.୧୩ କୋଟି ଟଙ୍କା ଅଧିକ ଖର୍ଚ୍ଚ କରିବେ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।