-
ପଂଚାୟତ ପ୍ରତିନିଧି ଙ୍କୁ ପ୍ରସାଦ ବାଂଟିଲେ ।
ଭୁବନେଶ୍ୱର, ଆଜି ଗଞ୍ଜାମ ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଜିଲ୍ଲାର ପଂଚାୟତ ପ୍ରତିନିଧି ମାନଙ୍କୁ ତାରାତରିଣୀ ମନ୍ଦିରରେ ଭେଟି ମାଙ୍କ ପ୍ରସାଦ ବାଂଟି ଥିଲେ ।
ସୂଚନାଯୋଗ୍ୟ ଯେ କରୋନାର ପ୍ରଥମ ଲହରରେ ଗଞ୍ଜାମ ବିଶେଷ ଭାବରେ ପ୍ରଭାବିତ ହୋଇଥିଲା । ବାହାରେ ରହୁଥିବା ଓଡ଼ିଶା ବାସୀ ମଧ୍ୟ ଲକ୍ ଡାଉନ୍ ଯୋଗୁଁ ଘରକୁ ଫେରି ଥିଲେ ।
ଜିଲ୍ଲାରେ କରୋନାର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ସେତେବେଳେ ସରପଂଚ ମାନଙ୍କୁ ଜିଲ୍ଲା ପାଳ କ୍ଷମତା ଦେଇ ଥିଲେ । ସରପଂଚ ଅନ୍ୟ ପଂଚାୟତ ପ୍ରତିନିଧି ମାନେ ମଧ୍ୟ ନିଷ୍ଠାର ସହ ଲୋକଙ୍କୁ ସେବା ଯୋଗାଇ ଦେଇଥିଲେ । ପରିସ୍ଥିତି ରେ ଉନ୍ନତି ଆସିଥଲା ଓ କରୋନା ମୁକାବିଲା ରେ ଗଞ୍ଜାମ ଦେଶ ବିଦେଶରେ ଉଦାହରଣ ପାଲଟିଥିଲା ।
ଆଜି ମୁଖ୍ୟମନ୍ତ୍ରୀ ତାଙ୍କ ଗସ୍ତ ଅବସରରେ ସରପଂଚ, ଅନ୍ୟ ପଂଚାୟତ ପ୍ରତିନିଧି ଓ ଜିଲ୍ଲା ପରିଷଦ ସଭ୍ୟ ମାନଙ୍କୁ କରୋନା ସମୟରେ ସେମାନଙ୍କ ଭଲ କାମ ପାଇଁ ତାରାତରିଣୀ ପୀଠରେ ଭେଟି ମାଙ୍କ ଫ୍ରସାଦ ଓ ଲଡୁ ବାଂଟି ଥିଲେ ।