
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୮୦୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨୦ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬,୪୫୨ ହୋଇଛି ।
କେରଳରେ ଗତ ୨୪ ଘଂଟାରେ ୩,୭୯୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ
ତିରୁବନନ୍ତପୁରମ ,କେରଳରେ ଗତ ୨୪ ଘଂଟାରେ ୩,୭୯୫ ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏହା ସହ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୪୨,୮୨୪ହୋଇ ଯାଇଛି ।