କୈଳାଶ ଚନ୍ଦ୍ର ପଣ୍ଡା,ପୁରୀ
ହେରିଟେଜ ରାଇଡରେ ସାମିଲ ହେଲେ ଭୋଳାନାଥ ବିଦ୍ୟାପୀଠର ଛାତ୍ରଛାତ୍ରୀ । ସକାଳ ସମୟରେ ନୀଳାଦ୍ରି ବେଳାଭୂମିରୁ ବିଦ୍ୟାଳୟର ୨୦ ଜଣ ଛାତ୍ରଛାତ୍ରୀ ଶଙ୍କରାଚାର୍ଯ୍ୟ ମଠ ଦେଇ ତୋଟା ଗୋପିନାଥ, ବିଦୂର ମଠ, ବାଉଳି ମଠ ବୁଲି ଦେଖିବା ସହ ଐତିହ୍ୟସ୍ଥଳୀ ସଂପର୍କରେ ପଚାରି ବୁଝି ଖୁସିବ୍ୟକ୍ତ କରିଥିଲେ । ବ୍ଲୁ ଫ୍ଲାଗ ବିଚରେ ସେମାନଙ୍କ ମଧ୍ୟରେ କୁଇଜ ପ୍ରତିଯୋଗିତା କରାଯାଇ କୃତୀ ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା । ବିଭିନ୍ନ ଐତିହ୍ୟସ୍ଥଳୀ ସଂପର୍କରେ ଜିଜ୍ଞାସା ସୃଷ୍ଟି କରିବାକୁ ଜିଲ୍ଲାପାଳ ଶ୍ରୀ ସମର୍ଥ ବର୍ମାଙ୍କ ତତ୍ତ୍ବାବଧାନରେ ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି । ଏହି ହେରିଟେଜ ରାଇଡରେ ବିଭିନ୍ନ ବର୍ଗଙ୍କୁ ଭିନ୍ନ ଭିନ୍ନ ପର୍ଯ୍ୟାୟରେ ସାମିଲ କରାଯାଉଛି । ଏହି ଅବସରରେ ଇକୋ ଟ୍ୟୁରିଜିମ କ୍ଲବର ପ୍ରତିଷ୍ଠାତା ଶ୍ରୀ ଯୁଗବ୍ରତ କର,ଗାଇଡ ଶ୍ରୀ ଟୁକୁନା ଜେନା, ଶ୍ରୀ ସିଦ୍ଧାର୍ଥ ଆଚାର୍ଯ୍ୟ, ଶ୍ରୀ ନଟବର ସାହୁ, ଶ୍ରୀ ସତ୍ୟବ୍ରତ ସାହୁ, ବେୟାରଫୁଟ ଅନୁଷ୍ଠନର ସ୍ବେଚ୍ଛାସେବୀ ପ୍ରମୁଖ ଉପସ୍ଥିତ ଥିଲେ ।
Related Stories
November 23, 2024