
ଭୁବନେଶ୍ୱର,ରାଜ୍ୟରେ କରୋନାରେ ଆଉ ୧ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୮୪୩୭ ହୋଇ ଯାଇଛି । ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରେ ୧ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।
କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ମାମଲାରେ ୨୩ ଗିରଫ, ୭୫୯ ବାହନ ଜବତ
ଭୁବନେଶ୍ୱର, ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୨୩ ଜଣଙ୍କୁ ଗିରଫ ଜବତ କରା ଯାଇଛି । ୭୫୯ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୨୩,୦୮,୭୫୦ ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି ।