
-
ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୨୧୪୫
ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୨୧୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୨୧୪୫ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୨୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୧ ହଜାର ୭୨୮ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୯୨୫ ରହିଛି ।
ଆଜି ଚିହ୍ନଟ ହୋଇଥିବା ୨୧୮ ଜଣଙ୍କ ମଧ୍ୟରୁ ୧୨୭ ଜଣ ସଂଗରୋଧରୁ ହୋଇଥିବା ବେଳେ ୯୧ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୯ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।