– ମିଳିଲା ରାଜ୍ୟସ୍ତରୀୟ ଉତ୍ସବ ମାନ୍ୟତା
ଭୁବନେଶ୍ୱର – ଏଣିକି ବାଲିଯାତ୍ରା ପାଇଁ ରାଜ୍ୟ ସରକାର ଆର୍ଥିକ ସହାୟତା ଯୋଗାଇଦେବେ । ଶୁକ୍ରବାର ପୂର୍ବାହ୍ନରେ ଲୋକସେବା ଭବନ ଠାରେ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଅଧ୍ୟକ୍ଷତାରେ ଆୟୋଜିତ କଟକ ବାଲିଯାତ୍ରା ପ୍ରସ୍ତୁତି ବୈଠକରେ ଏହି ନିଷ୍ପତି ହୋଇଛି ।
ବୈଠକ ପରେ ମନ୍ତ୍ରୀ ଶ୍ରୀ ଜେନା କହିଛନ୍ତି ଯେ କଟକ ବାଲିଯାତ୍ରାକୁ ରାଜ୍ୟସ୍ତରୀୟ ଉତ୍ସବର ମାନ୍ୟତା ଦିଆଯିବାକୁ ସ୍ଥିର ହୋଇଛି । ସଂସ୍କୃତି , ପର୍ଯ୍ୟଟନ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଆର୍ଥିକ ସହାୟତା ଯୋଗାଇ ଦିଆଯିବ । କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଏନେଇ ଦାବି କରାଯାଇଥିଲା । ଏ ସଂକ୍ରାନ୍ତୀୟ ନିଦେ୍ର୍ଧଶନାମା ଖୁବ୍ ଶୀଘ୍ର ପ୍ରକାଶ ପାଇବ ବୋଲି ସେ କହିଛନ୍ତି ।
ସୂଚନାଯୋଗ୍ୟ,ଆଗାମୀ ନଭେମ୍ବର ୧୨ ତାରିଖରୁ ମହାନଦୀର ଗଡ଼ଗଡ଼ିଆ ଘାଟ କୂଳରେ କଟକର ଐତିହାସିକ ବାଲିଯାତ୍ରା ଆରମ୍ଭ ହେବ । ବାଲିଯାତ୍ରା ଏଥର ଆଠ ଦିନଧରି ·ଲିବ ।