
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୮୫ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୭୫ ହୋଇ ଯାଇଛି ।
ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୮୭୭ କରୋନାର ନୂଆ ମାମଲା
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୮୭୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୯ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୨୯୦ହୋଇଛି ।