ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୧୬୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୨୬୪୧ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୨୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୨ ହଜାର ୨୨୪ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୯୨୨ ରହିଛି ।
ଆଜି ଚିହ୍ନଟ ହୋଇଥିବା ୧୬୯ ଜଣଙ୍କ ମଧ୍ୟରୁ ୯୭ ଜଣ ସଂଗରୋଧରୁ ହୋଇଥିବା ବେଳେ ୭୨ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୭ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୮୮ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ବାଲେଶ୍ୱର ଜିଲ୍ଲାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଭଦ୍ରକ ଜିଲ୍ଲାରୁ ୨, ବଲାଙ୍ଗୀର ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କଟକରୁ ୯ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରୁ ୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ଜଣେ ବେଲେ ସଂକ୍ରମିତ ଚିହ୍ମଟ ହୋଇ ନ ଥିବା ବେଳେ ଓ ଗଜପତି ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଗଂଜାମ ଜିଲ୍ଲାରେ ୭, ଜଗତସିଂହପୁର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଯାଜପୁରରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
ଖୋର୍ଦ୍ଧାରୁ ୮୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଓ ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିା ମୟୂରଭଞ୍ଜ ଜିଲ୍ଲାରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀ ଜିଲ୍ଲାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସମ୍ବଲପୁରରୁ ୧୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୯ ଜଣ ଓ ଷ୍ଟେଟ୍ ପୁଲରୁ ୧୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।