
-
ବଡମ୍ବା ନରସିଂହପୁରରୁ ବାଙ୍କୀ ବୈଦେଶ୍ୱର ଏବଂ ମହାନଦୀରେ ସିଂହନାଥ ମନ୍ଦିରକୁ ସଂଯୋଗ କରିବ
-
୩.୪ କିଲୋମିଟର ଦୀର୍ଘ ଏହି ଟି-ଆକାରର ସେତୁ ପାଇଁ ବିନିଯୋଗ ହୋଇଛି ୧୧୧ କୋଟି ଟଙ୍କା
ଭୁବନେଶ୍ୱର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି (ସୋମବାର)ବଡମ୍ବା ଗୋପୀନାଥପୁର ଠାରେ ମହାନଦୀ ଉପରେ ରାଜ୍ୟର ସବୁଠାରୁ ଦୀର୍ଘତମ ସେତୁକୁ ଉଦ୍ ଘାଟନ କରିଛନ୍ତି । ୩.୪ କିଲୋମିଟର ଦୀର୍ଘ ଏହି ସେତୁର ଆକାର ଇଂରାଜୀ ‘ଟି’ ଅକ୍ଷରୁ ସଦୃଶ । ଏହା ରାଜ୍ୟର ପ୍ରଥମ ‘ଟି’ ସେତୁ । ଏହା ସେ ଅଂଚଳବାସୀଙ୍କର ଦୀର୍ଘ ଦିନର ଦାବୀ ଥିଲା । ଏଥିପାଇଁ ୧୧୧ କୋଟି ଟଙ୍କା ବିନିଯୋଗ କରାଯାଇଛି । ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନୟକ ୨୦୧୪ ମସିହାରେ ଏଥିପାଇଁ ଭିତିପ୍ରସ୍ତର ସ୍ଥାପନ କରିଥିଲେ ।
ଏହି ସେତୁ ବଡମ୍ବା ନରସିଂହପୁରରୁ ବାଙ୍କୀ ବୈଦେଶ୍ୱରକୁ ସଂଯୋଗ କରିବା ସହିତ ନଦୀ ଅବସ୍ଥିତ ସିଂହନାଥ ମନ୍ଦିରକୁ ମଧ୍ୟ ସଂଯୋଗ କରୁଛି । ଏହାଦ୍ୱାରା ବଡମ୍ବାରୁ ବାଙ୍କୀ ବୈଦେଶ୍ୱରର ଦୂରତ୍ୱ ୪୫ କିଲୋମିଟର ହ୍ରାସ ପାଇବ । ନିକଟସ୍ଥ ଅଂଚଳର ୫ ଲକ୍ଷରୁ ଉର୍ଦ୍ଧ୍ୱ ଲୋକଙ୍କ ଗମନାଗମନରେ ସୁବିଧା ହେବ । ଏହି ଅଂଚଳରେ କୃଷି, ବାଣିଜ୍ୟ ଏବଂ ପର୍ଯ୍ୟଟନର ବିକାଶ ହେବ ।
ଏହି କାର୍ଯ୍ୟକ୍ରମରେ ପୂର୍ତମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ବଡମ୍ବା ବିଧାୟକ ଦେବୀପ୍ରସାଦ ମିଶ୍ର ଓ ବାଙ୍କୀ ବିଧାୟକ ଦେବୀ ପ୍ରସନ୍ନ ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ ।