
ନୂଆଦିଲ୍ଲୀ, ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୦,୧୪,୦୭୯ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୬୬,୬୧,୨୬,୬୫୯ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛିା
କରୋନାରେ ଦେଶରେ ଗତ ୨୪ ଘଂଟାରେ ୫,୩୨୬ ନୂଆ ମାମଲା
ନୂଆଦିଲ୍ଲୀ, ଦେଶରେ ଗତ ୨୪ଘଂଟା ମଧ୍ୟରେ ୫,୩୨୬ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୪୫୩ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୭୯,୦୯୭ ଥିବା ବେଳେ ବର୍ତମାନ ସୁଦ୍ଧା ୪,୭୮,୦୦୭ ଜଣ ମୃତ୍ୟୁ ବରଣ କରିଛନ୍ତି ।