
-
ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୩୩୪୯
ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୧୮୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୩୩୪୯ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୨୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୩ ହଜାର ୦୪୫ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୮୦୪ ରହିଛି ।ଆଜି ଚିହ୍ନଟ ହୋଇଥିବା ୧୮୩ ଜଣଙ୍କ ମଧ୍ୟରୁ ୧୦୮ ଜଣ ସଂଗରୋଧରୁ ହୋଇଥିବା ବେଳେ ୭୫ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୭ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୯୯ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି