
ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୧୮୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୩୩୪୯ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୩୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୩ ହଜାର ୦୪୫ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୮୦୪ ରହିଛି ।
ଆଜି ଚିହ୍ନଟ ହୋଇଥିବା ୧୮୩ ଜଣଙ୍କ ମଧ୍ୟରୁ ୧୦୮ ଜଣ ସଂଗରୋଧରୁ ହୋଇଥିବା ବେଳେ ୭୫ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୭ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୯୯ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାରୁ ୩,ବାଲେଶ୍ୱର ଜିଲ୍ଲାରୁ ୨ ଓ ବରଗଡ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଭଦ୍ରକ, ବଲାଙ୍ଗୀର ଓ ବୌଦ୍ଧ ଜିଲ୍ଲାରୁ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କଟକରୁ ୧୩ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରୁ ୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଓ ଗଜପତି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
ଗଂଜାମ ଜିଲ୍ଲାରେ ୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଜଗତସିଂହପୁର ଜିଲ୍ଲାରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯାଜପୁରରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
ଖୋର୍ଦ୍ଧାରୁ ୯୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଓ ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିା ମୟୂରଭଞ୍ଜ ଜିଲ୍ଲାରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ ଜିଲ୍ଲାରୁ ୪ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନ ଥିବା ବେଳେ ରାୟଗଡ଼ା ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୬ ଜଣ ଓ ଷ୍ଟେଟ୍ ପୁଲରୁ ୨୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।