
ଭୁୁବନେଶ୍ୱର, ରାଜ୍ୟରେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୪ରେ ପହଂଚିଥିବା ବେଳେ ପର୍ବପର୍ବାଣୀ ପାଳନ ଓ ଲୋକ ଗହଳି ଉପରେ କଟକଣା ଲଗାଇଛି ବିଏମ୍ ସି । ବିଏମ୍ସି କମିଶନର ସଞ୍ଜୟ ସିଂ କହିଛନ୍ତି, କୋଭିଡ୍ ଗାଇଡଲାଇନ ଅନୁସାରେ ଖ୍ରୀଷ୍ଟମାସ ପାଳନ କରାଯିବ । ବର୍ତମାନ ସ୍ଥିତିକୁ ଅନୁଧ୍ୟାନ କରି ଆବଶ୍ୟକ ପଦକ୍ଷେପ ନିଆଯିବ । ନୂଆବର୍ଷ ପାଇଁ ରାଜ୍ୟ ସରକାର ଲାଗୁ କରିଥିବା କଟକଣାକୁ କଡ଼ାକଡ଼ି ପାଳନ କରାଯିବ । ବଡ଼ଦିନ ଓ ନୂଆବର୍ଷରେ ଅଧିକ ଗହଳି ହେବାକୁ ଥିବାରୁ ଏହି ଅବସରରେ ଗହଳି ଏଡ଼ାଇବାକୁ ତଥା ସଂକ୍ରମଣ ରୋକିବାକୁ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି କମିଶନର ।
ସେ ଆହୁରି କହିଛନ୍ତି, ଓଡ଼ିଶାରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା କମ୍ ଅଛି । ତଥାପି ଏବେଠୁ ବିଏମସି ସତର୍କତାମୂଳକ ପଦକ୍ଷେପ ନେଉଛି । ଗାଇଡଲାଇନ ଅନୁସାରେ ବିଦେଶ ଫେରନ୍ତାଙ୍କ ଉପରେ ନଜର ରଖାଯାଇଛି । ବିଦେଶ ଫେରନ୍ତା ପଜିଟିଭ ଚିହ୍ନଟ ହେଲେ ସେମାନଙ୍କୁ ତୁରନ୍ତ ହସ୍ପିଟାଲରେ ଭର୍ତି କରାଯାଉଛି । ଏବେ ସୁଦ୍ଧା ଭୁବନେଶ୍ୱରରେ ୬ଟି ମାଇକ୍ରୋ କେଂଟନମେଂଟ କରାଯାଇଛି ବୋଲି ବିଏମ୍ସି କମିଶନର ସୂଚନା ଦେଇଛନ୍ତି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO