
ଭୁୁବନେଶ୍ୱର, ରାଜ୍ୟରେ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହେବା ପରେ ସର୍ଭିଲାନ୍ସକୁ ଜୋରଦାର କରାଯିବ । ଦୈନିକ ୭୦ ହଜାରରୁ ଅଧିକ ଟେଷ୍ଟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଜିଲ୍ଲାପାଳମାନଙ୍କୁ କୁହାଯାଇଛି ବିଦେଶ ଫେରନ୍ତାଙ୍କ ଉପରେ ତୀକ୍ଷଣ ନଜର ରଖିବେ । ଟିକାକରଣକୁ ଆହୁରି ବ୍ୟାପକ କରାଯିବ ବୋଲି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ସୂଚନା ଦେଇଛନ୍ତି ।