ଭୁବନେଶ୍ୱର,ରାଜ୍ୟରେ ଗୋଟିଏ ଦିନରେ ୧୫୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୩୫୦୪ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୩୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୩ ହଜାର ୩୧୯ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୭୮୪ ରହିଛି ।
ଆଜି ଚିହ୍ନଟ ହୋଇଥିବା ୧୫୫ ଜଣଙ୍କ ମଧ୍ୟରୁ ୯୧ ଜଣ ସଂଗରୋଧରୁ ହୋଇଥିବା ବେଳେ ୬୪ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୭ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୮୪ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାରୁ ୧,ବାଲେଶ୍ୱର ଜିଲ୍ଲାରୁ ୧ ଜଣ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ, ଭଦ୍ରକ, ବଲାଙ୍ଗୀର ଓ ବୌଦ୍ଧ ଜିଲ୍ଲାରୁ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କଟକରୁ ୮ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରୁ ୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଓ ଗଜପତି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
ଗଂଜାମ ଜିଲ୍ଲାରେ ୪ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଜଗତସିଂହପୁର ଜିଲ୍ଲାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯାଜପୁରରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡି ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
ଖୋର୍ଦ୍ଧାରୁ ୮୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଓ ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିା ମୟୂରଭଞ୍ଜ ଜିଲ୍ଲାରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ ଓ ନୂଆପଡା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀ ଜିଲ୍ଲାରୁ ୧ସ ରାୟଗଡ଼ା ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୧୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୩ ଜଣ ଓ ଷ୍ଟେଟ୍ ପୁଲରୁ ୨୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।