
ତିରୁବନନ୍ତପୁରମ , କେରଳରେ ଗତ ୨୪ ଘଂଟାରେ ୨,୫୧୪ ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏହା ସହ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨୬,୬୦୫ହୋଇ ଯାଇଛି ।
ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୧,୧୭୯ କରୋନାର ନୂଆ ମାମଲା
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୧,୧୭୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୭ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭,୦୬୮ ହୋଇଛି ।