ଭୁବନେଶ୍ୱର,ରାଜ୍ୟରେ ଗୋଟିଏ ଦିନରେ ୧୨୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୩୭୬୯ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୧୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୩ ହଜାର ୬୦୧ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୬୬୪ ରହିଛି ।
ଆଜି ଚିହ୍ନଟ ହୋଇଥିବା ୧୨୪ ଜଣଙ୍କ ମଧ୍ୟରୁ ୭୫ ଜଣ ସଂଗରୋଧରୁ ହୋଇଥିବା ବେଳେ ୪୯ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୯ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୬୧ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାରୁ ୨,ବାଲେଶ୍ୱର ଜିଲ୍ଲାରୁ ୩ ଜଣ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ ଜିଲ୍ଲାରୁ ୬, ଭଦ୍ରକ ଜିଲ୍ଲାରୁ ୩, ବଲାଙ୍ଗୀର ଜିଲ୍ଲାରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବୌଦ୍ଧ ଜିଲ୍ଲାରୁ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କଟକରୁ ୮ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଜପତି ଜିଲ୍ଲାରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଗଂଜାମ ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଜଗତସିଂହପୁର ଜିଲ୍ଲାରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯାଜପୁରରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡ଼ା ଜିଲ୍ଲାରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
ଖୋର୍ଦ୍ଧାରୁ ୬୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଓ ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିା ମୟୂରଭଞ୍ଜ ଜିଲ୍ଲାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ ଜିଲ୍ଲାରୁ ୧ ଓ ନୂଆପଡା ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୁରୀ ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସମ୍ବଲପୁରରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୨ ଜଣ ଓ ଷ୍ଟେଟ୍ ପୁଲରୁ ୧୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।