
ଆଇଜଲ , ମିଜୋରାମରେ ଗତ ୨୪ ଘଂଟାରେ ୧୭୩ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧,୫୬୯ହୋଇଛି ।
ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୧,୪୧୦କରୋନାର ନୂଆ ମାମଲା
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୧,୪୧୦ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୨ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮,୪୨୬ ହୋଇଛି ।
ଆସାମରେ କରୋନାର ୯୩ ନୂଆ ମାମଲା
ଦିସପୁର, ଆସାମରେ ଗତ ୨୪ ଘଂଟାରେ କରୋନାର ୯୩ ଟି ନୂଆ ମାମଲା ସାମନାକୁ ଆସିଛି । ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୫୯ ହୋଇଛି । ରାଜ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।