ନୂଆଦିଲ୍ଲୀ, ଦେଶରେ ଗତ ୨୪ଘଂଟା ମଧ୍ୟରେ ୬,୯୮୭ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୧୬୨ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା : ୭୬,୭୬୬ ଥିବା ବେଳେ ବର୍ତମାନ ସୁଦ୍ଧା ୪,୭୯,୬୮୨ ଜଣ ମୃତ୍ୟୁ ବରଣ କରିଛନ୍ତି ।
ତାମିଲନାଡୁରେ ଗତ ୨୪ ଘଂଟାରେ ୬୦୬ କରୋନାର ନୂଆ ମାମଲା
ଚେନ୍ନାଇ ,ତାମିଲନାଡୁରେ ଗତ ୨୪ ଘଂଟାରେ ୬୦୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୧ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୬,୭୦୮ ହୋଇଛି ।
କର୍ଣାଟକରେ ଗତ ୨୪ ଘଂଟାରେ ୨୭୦ କରୋନାର ନୂଆ ମାମଲା
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୨୭୦ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୪ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୭୨୭୧ହୋଇଛି ।