
-
ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୪୧୬୦
ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୧୫୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୪୧୬୦ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୨୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୪ ହଜାର ୦୯୩ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୫୫୯ ରହିଛି ।ଆଜି ଚିହ୍ନଟ ହୋଇଥିବା ୧୫୬ ଜଣଙ୍କ ମଧ୍ୟରୁ ୯୩ ଜଣ ସଂଗରୋଧରୁ ହୋଇଥିବା ବେଳେ ୬୩ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୬ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।