
ଭୁବନେଶ୍ୱର,ରାଜ୍ୟରେ ଗୋଟିଏ ଦିନରେ ୧୫୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୪୧୬୦ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୨୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୪ ହଜାର ୦୯୩ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୫୫୯ ରହିଛି ।
ଆଜି ଚିହ୍ନଟ ହୋଇଥିବା ୧୫୬ ଜଣଙ୍କ ମଧ୍ୟରୁ ୯୩ ଜଣ ସଂଗରୋଧରୁ ହୋଇଥିବା ବେଳେ ୬୩ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୬ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୮୩ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ବାଲେଶ୍ୱର ଜିଲ୍ଲାରୁ ୬ ଜଣ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନ ଥିବା ବେଳେ ଭଦ୍ରକଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀର ଓ ବୌଦ୍ଧ ଜିଲ୍ଲାରୁ ୧ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କଟକରୁ ୧୦ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଢେଙ୍କାନାଳ ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସେହିପରି ଗଂଜାମ ଜିଲ୍ଲାରେ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯାଜପୁରରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
କେନ୍ଦୁଝରରୁ ୪ ଖୋର୍ଦ୍ଧାରୁ ୮୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିା ମୟୂରଭଞ୍ଜ ଜିଲ୍ଲାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀ ଜିଲ୍ଲାରୁ ୫ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି । ସମ୍ବଲପୁରରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୫, ଷ୍ଟେଟ୍ ପୁଲରୁ ୧୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।