
ବ୍ରହ୍ମପୁର: ନିଖିଳ ଓଡିଶା ଆଇନଜୀବୀ ସଙ୍ଘର ୫୦ତମ ବାର୍ଷିକ ସମ୍ମିଳନୀ ବ୍ରହ୍ମପୁର ସ୍ଥିତ ଇଂଜିନିୟରିଂ ସ୍କୁଲ ଖେଳ ପଡିଆରେ ବୁଧବାର ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଓକିଲ ସଂଘ ସହଯୋଗରେ ଆୟୋଜିତ ଏହି ସୁବର୍ଣ୍ଣ ଜୟନ୍ତୀ ଉତ୍ସବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭାସିରେ ଯୋଗଦେଇ ଉଦଘାଟନ କରିଥିଲେ । ରାଜ୍ୟ ସଂଘ ସଭାପତି ଜ୍ଞାନରଞ୍ଜନ ମହାନ୍ତିଙ୍କ ତତ୍ୟବଧାନରର ଅନୁଷ୍ଠିତ କାର୍ଯ୍ୟକ୍ରମରେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ମୁଖ୍ୟବକ୍ତା ଭାବେ ଯୋଗ ଦେଇଥିବା ବେଳେ ଖଣି ଓ ଇସ୍ପାତ ମନ୍ତ୍ରୀ ପ୍ରଫୁଲ ମଲ୍ଲିକ, ଅଭର୍ଥନା କମିଟି ଅଧ୍ୟକ୍ଷ ତଥା ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ, ଆସିକା ସାଂସଦ ପ୍ରମିଳା ବିଷୋୟୀ, ରାଜ୍ୟସଭା ସାଂସଦ ସୁଜିତ କୁମାର, ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା, ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ,ସୋରଡା ବିଧାୟକ ପୂର୍ଣ୍ଣ ଚନ୍ଦ୍ର ସ୍ୱାଇଁ,କବିସୂର୍ଯ୍ୟ ନଗର ବିଧାୟକ ଲତିକା ପ୍ରଧାନ,ଆସିକା ବିଧାୟକ ମଞ୍ଜୁଳା ସ୍ୱାଇଁ,ଗଞ୍ଜାମ ଓକିଲ ସଂଘର ସଭାପତି ଜନାର୍ଦ୍ଦନ ସୁବୁଦ୍ଧି, ସମ୍ପାଦକ ପ୍ରଦୀପ ବେହେରା,ଉପସଭାପତି ଭାଗି ରାଓ, ଯୁଗୁମ ସମ୍ପାଦକ ସୁଧୀର ପାତ୍ର, ସଂଜିତ ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଥିଲେ ।
ସୁପ୍ରିମକୋର୍ଟର ପୂର୍ବତନ ମୁଖ୍ୟ ବିଚାରପତି ଜଷ୍ଟିସ ଦୀପକ ମିଶ୍ର ଅଭାସିରେ ଯୋଗଦେଇ ଉପସ୍ଥିତ ଆଇନଜୀବୀଙ୍କୁ ବିଭିନ୍ନ ପରାମର୍ଶ ଦେବା ସହ ଓଡ଼ିଶାରେ ଆଇନଜୀବୀ ଏକାଡେମୀ ସ୍ଥାପନ କରିବାକୁ ରାଜ୍ୟ ସରକାରଙ୍କୁ ଅନୁରୋଧ କରିଥିଲେ । ଗଞ୍ଜାମରେ ହାଇକୋର୍ଟ ବେଞ୍ଚ ସ୍ଥାପନ ପାଇଁ ଗଂଜାମ ଓକିଲ ସଂଘ ପକ୍ଷରୁ ଯେଉଁ ଦାବି ହେଉଛି ତାକୁ ନିଖିଳ ଓଡିଶା ଆଇନଜୀବୀ ସଙ୍ଘ ସମର୍ଥନ ଜଣାଉଛି ବୋଲି ସଭାପତି ଏଠାରେ ଘୋଷଣା କରିଥିଲେ । ଏହି ଅବସରରେ ରାଜ୍ୟ ର ବିଭିନ୍ନ ଅଞ୍ଚଳ ରୁ ଆସିଥିବା ବରିଷ୍ଠ ଆଇନଜୀବୀ ଙ୍କୁ ସମ୍ବର୍ଦ୍ଧନା ଦିଆଯାଇଥିଲା।ଜିଲ୍ଲା ତଥା ରାଜ୍ୟର ବିଭିନ୍ନ ଅଞ୍ଚଳ ରୁ ପ୍ରାୟ ଦୁଇ ହଜାର ରରୁ ଅଧିକ ଆଇନଜୀବୀ ଏହି ଦୁଇ ଦିନିଆ ସୁବର୍ଣ୍ଣ ଜୟନ୍ତୀ ପାଳନ ଅବସରରେ ଯୋଗ ଦେଇ ଥିଲେ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO