ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୨୨୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୪୩୮୧ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୩୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୪ ହଜାର ୨୭୮ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୫୯୩ ରହିଛି ।
ଆଜି ଚିହ୍ନଟ ହୋଇଥିବା ୨୨୧ ଜଣଙ୍କ ମଧ୍ୟରୁ ୧୨୯ ଜଣ ସଂଗରୋଧରୁ ହୋଇଥିବା ବେଳେ ୯୨ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୨ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୯୮ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ବାଲେଶ୍ୱର ଜିଲ୍ଲାରୁ ୮ ଜଣ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ ଜିଲ୍ଲାରୁ ୧, ଭଦ୍ରକ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀର ଓ ବୌଦ୍ଧ ଜିଲ୍ଲାରୁ ୧ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କଟକରୁ ୧୫ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଢେଙ୍କାନାଳ ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତି ଜିଲ୍ଲାରୁ ୨, ସେହିପରି ଗଂଜାମ ଜିଲ୍ଲାରେ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯାଜପୁରରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
କେନ୍ଦୁଝରରୁ ୧, ଖୋର୍ଦ୍ଧାରୁ ୯୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିା ମୟୂରଭଞ୍ଜ ଜିଲ୍ଲାରୁ ୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡା ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୁରୀ ଜିଲ୍ଲାରୁ ୬ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୨୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୭, ଷ୍ଟେଟ୍ ପୁଲରୁ ୨୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।