
ଆଇଜଲ ,ମିଜୋରାମରେ ଗତ ୨୪ ଘଂଟାରେ ୨୦୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧,୪୮୩ ହୋଇଛି ।
ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୨,୧୭୨ କରୋନାର ନୂଆ ମାମଲା
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୨,୧୭୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨୨ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧,୪୯୨ ହୋଇଛି ।