
ଭୁବନେଶ୍ୱର, ଓଡିଶାରେ ଆଉ ୫ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି । ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଲାଇଫ୍ ସାଇନ୍ସେସ୍ (ଆଇଏଲ୍ଏସ୍) ପକ୍ଷରୁ ଏହି ସୂଚନା ଦିଆଯାଇଛି ।
ରାଜ୍ୟରେ କରୋନାର ନୂଆ ଭାରିଆଂଟ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇପାରେ ଲାଗିଛି । ଗତ ୧୦ ଦିନ ମଧ୍ୟରେ ୧୪ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇସାରିଲେଣି । ଗତ ୨୧ ତାରିଖରେ ରାଜ୍ୟରେ ପ୍ରଥମ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ।