
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୫୬୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୬ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୭,୭୭୧ ହୋଇଛି ।
ପଶ୍ଚିମ ବଙ୍ଗରେ ଗତ ୨୪ ଘଂଟାରେ ୧,୦୮୯ କରୋନାର ନୂଆ ମାମଲା
କୋଲକାତା ,ପଶ୍ଚିମବଙ୍ଗ ରେ ଗତ ୨୪ ଘଂଟାରେ ୧,୦୮୯ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭,୭୨୭ ହୋଇ ଯାଇଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୯୨୩ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୯୨୩ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୧୯୧ ହୋଇ ଯାଇଛି ।