ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୨୨୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୪୮୩୪ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୩୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୪ ହଜାର ୫୯୪ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୭୨୭ ରହିଛି ।
ଆଜି ଚିହ୍ନଟ ହୋଇଥିବା ୨୨୮ ଜଣଙ୍କ ମଧ୍ୟରୁ ୧୩୧ ଜଣ ସଂଗରୋଧରୁ ହୋଇଥିବା ବେଳେ ୯୭ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୪ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୧୦୫ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାରୁ ୨, ବାଲେଶ୍ୱର ଜିଲ୍ଲାରୁ ୧ ଜଣ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଭଦ୍ରକ ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀର ଜିଲ୍ଲାରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା ବୌଦ୍ଧ ଜିଲ୍ଲାରୁ ୨, କଟକରୁ ୧୨ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରୁ ୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତି ଜିଲ୍ଲାରୁ ୩, ଗଂଜାମ ଜିଲ୍ଲାରେ ୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୧, ଯାଜପୁରରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
କେନ୍ଦୁଝରରୁ ୫, ଖୋର୍ଦ୍ଧାରୁ ୧୦୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଜିଲ୍ଲାରୁ ୨ ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିା ମୟୂରଭଞ୍ଜ ଜିଲ୍ଲାରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ ଜିଲ୍ଲାରୁ ୫ ଜଣ ସଂକ୍ରମିତ ହୋଇଥିବା ବେଳେ ନୂଆପଡା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀ ଜିଲ୍ଲାରୁ ୫ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୧୫, ଷ୍ଟେଟ୍ ପୁଲରୁ ୨୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।