ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୨୯୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୫୧୩୨ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୩୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୪ ହଜାର ୮୦୩ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୮୧୪ ରହିଛି ।
ଆଜି ଚିହ୍ନଟ ହୋଇଥିବା ୨୯୮ ଜଣଙ୍କ ମଧ୍ୟରୁ ୧୭୬ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୨୨ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୧ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୧୧୯ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ବାଲେଶ୍ୱର ଜିଲ୍ଲାରୁ ୮ ଜଣ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ ଜିଲ୍ଲାରୁ ୪, ଭଦ୍ରକ ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀର ଜିଲ୍ଲାରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କଟକରୁ ୩୫ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନ ଥିବା ବେଳେ ଗଂଜାମ ଜିଲ୍ଲାରେ ୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୯, ଯାଜପୁରରୁ ୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡ଼ା ଜିଲ୍ଲାରୁ ୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
କେନ୍ଦୁଝରରୁ୮ , ଖୋର୍ଦ୍ଧାରୁ ୧୧୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଓ ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିା ମୟୂରଭଞ୍ଜ ଜିଲ୍ଲାରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ ଜିଲ୍ଲାରୁ ୩ ଜଣ ସଂକ୍ରମିତ ହୋଇଥିବା ବେଳେ ନୂଆପଡା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀ ଜିଲ୍ଲାରୁ ୧୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୧୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି । ସୁନ୍ଦରଗଡ଼ରୁ ୨୩, ଷ୍ଟେଟ୍ ପୁଲରୁ ୨୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।