
ତିରୁବନନ୍ତପୁରମ ,କେରଳରେ ଗତ ୨୪ ଘଂଟାରେ ୨,୪୩୫ ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏହା ସହ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୮,୯୦୪ ହୋଇ ଯାଇଛି ।
ଉତରାଖଣ୍ଡରେ ଗତ ୨୪ ଘଂଟାରେ ୧୧୮ କରୋନାର ନୂଆ ମାମଲା
ଦେହରାଦୁନ , ଉତରାଖଣ୍ଡରେ ଗତ ୨୪ ଘଂଟାରେ ୧୧୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୬୭ ହୋଇଛି ।
କର୍ଣାଟକରେ ଗତ ୨୪ ଘଂଟାରେ ୧,୦୩୩ କରୋନାର ନୂଆ ମାମଲା
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୧,୦୩୩ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୫ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ରାଜ୍ୟରେ ୯,୩୮୬ ସକ୍ରିୟ ମାମଲା ରହିଛି ।