-
ଉପକୃତ ହେବେ ୩୩,୦୩୮ ଶିକ୍ଷକ
ଭୁବନେଶ୍ୱର, ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପ୍ରାଥମିକ ବିଦ୍ୟାଳୟ ଗୁଡିକରେ ଶିକ୍ଷାଦାନରେ ନିୟୋଜିତ କନିଷ୍ଠ ଶିକ୍ଷକ ମାନଙ୍କ ଦରମା ବୃଦ୍ଧି କରିବା ପାଇଁ ନିଷ୍ପତି ନେଇଛନ୍ତି । ଏହି ନିଷ୍ପତି ଅନୁଯାୟୀ କନିଷ୍ଠ ଶିକ୍ଷକ (ଚୁକ୍ତିଭିତିକ) ଏବଂ କନିଷ୍ଠ ଶିକ୍ଷକ ମାନଙ୍କ ଦରମାରେ ୫୦ ପ୍ରତିଶତ ବୃଦ୍ଧି କରାଯାଇଛି । ୨୦୨୨ ଜାନୁଆରୀ ପହିଲାରୁ ଏହି ବର୍ଦ୍ଧିତ ଦରମା କାର୍ଯ୍ୟକାରୀ ହେବ ।
ନିଷ୍ପତି ଅନୁଯାୟୀ ଚୁକ୍ତିଭିତିକ କନିଷ୍ଠ ଶିକ୍ଷକ ମାନଙ୍କ ବର୍ତମାନ ଦରମା ୭୪୦୦ ଟଙ୍କା ଥିବାବେଳେ ଏହା ୧୧,୦୦୦ ଟଙ୍କାକୁ ବୃଦ୍ଧି ପାଇଛି । ସେହିପରି କନିଷ୍ଠ ଶିକ୍ଷକ ମାନଙ୍କ ଦରମା ୯,୨୦୦ ଟଙ୍କ ଥିବାବେଳେ ଏହା ୧୩,୮୦୦ ଟଙ୍କାକୁ ବୃଦ୍ଧି ପାଇଛି । ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ୧୬୮ କୋଟି ଟଙ୍କା ଖର୍ଚ୍ଚ କରିବେ । ଏହି ନିଷ୍ପତି ଦ୍ୱାରା ୧୩,୩୨୪ ଜଣ ଚୁକ୍ତିଭିତିକ କନିଷ୍ଠ ଶିକ୍ଷକ ଉପକୃତ ହେବାବେଳେ, ୧୯,୭୧୪ କନିଷ୍ଠ ଶିକ୍ଷକ ଉପକୃତ ହେବେ । ସମୁଦାୟ ୩୩,୦୩୮ ଜଣ କନିଷ୍ଠ ଶିକ୍ଷକଙ୍କ ଦରମାରେ ବୃଦ୍ଧି ହେବ ।