ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୪୨୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୫୯୮୦ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୪୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୫ ହଜାର ୧୦୯ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୩୫୫ ରହିଛି ।
ଆଜି ଚିହ୍ନଟ ହୋଇଥିବା ୪୨୪ ଜଣଙ୍କ ମଧ୍ୟରୁ ୨୪୬ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୭୮ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୫ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୧୫୧ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ବାଲେଶ୍ୱର ଜିଲ୍ଲାରୁ ୨୯ ଜଣ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ ଜିଲ୍ଲାରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଭଦ୍ରକ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀର ଜିଲ୍ଲାରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ଚିହ୍ନଟ ହୋଇ ନ ଥିବା ବେଳେ କଟକରୁ ୬୬ ସଂକ୍ରମିତ ହୋଇଛନ୍ତି । ଦେବଗଡ ଜିଲ୍ଲାରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନ ଥିବା ବେଳେ ଗଂଜାମ ଜିଲ୍ଲାରେ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୮, ଯାଜପୁରରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୧୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
କେନ୍ଦୁଝରରୁ ୧ , ଖୋର୍ଦ୍ଧାରୁ ୧୫୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଜିଲ୍ଲାରୁ ୩ ଜଣ ଓ ମାଲକାନଗିରି ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା ମୟୂରଭଞ୍ଜ ଜିଲ୍ଲାରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ ଜିଲ୍ଲାରୁ ୫ ସଂକ୍ରମିଚ ଚିହ୍ନଟ ହୋଇଥିବା ବେଳେ ନୂଆପଡା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀ ଜିଲ୍ଲାରୁ ୧୨ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୨୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୨୭, ଷ୍ଟେଟ୍ ପୁଲରୁ ୩୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।