
ଭୁବନେଶ୍ୱର,ରାଜ୍ୟରେ ଗୋଟିଏ ଦିନରେ ୪୨୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୫୯୮୦ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୪୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୫ ହଜାର ୧୦୯ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୩୫୫ ରହିଛି ।
ଆଜି ଚିହ୍ନଟ ହୋଇଥିବା ୪୨୪ ଜଣଙ୍କ ମଧ୍ୟରୁ ୨୪୬ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୭୮ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୫ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୧୫୧ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।