
ଭୁବନେଶ୍ୱର,ରାଜ୍ୟରେ ଗୋଟିଏ ଦିନରେ ୬୮୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୬୬୬୦ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୧୧୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୫ ହଜାର ୨୫୫ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୮୮୮ ରହିଛି ।ଆଜି ଚିହ୍ନଟ ହୋଇଥିବା ୬୮୦ ଜଣଙ୍କ ମଧ୍ୟରୁ ୩୯୭ ଜଣ ସଂଗରୋଧରୁ ହୋଇଥିବା ବେଳେ ୨୮୩ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୫ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୨୬୩ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାରୁ ୧. ବାଲେଶ୍ୱର ଜିଲ୍ଲାରୁ ୩୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ ଜିଲ୍ଲାରୁ ୧୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଭଦ୍ରକ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି । ବଲାଙ୍ଗିର ଜିଲ୍ଲାରୁ ୪ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କଟକରୁ ୫୯ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରୁ ୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଗଜପତିରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଂଜାମ ଜିଲ୍ଲାରେ ୧୨, ଜଗତସିଂହପୁର ଜିଲ୍ଲାରୁ ୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯାଜପୁରରୁ ୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୨୫ ଜଣ ସଂକ୍ରମିତ ହୋଇଥିବା ବେଳେ କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡ଼ାରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝରରୁ ୮ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି ।
ଖୋର୍ଦ୍ଧାରୁ ୨୬୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଜିଲ୍ଲାରୁ ୯ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିା ମୟୂରଭଞ୍ଜ ଜିଲ୍ଲାରୁ ୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୧୩ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି । ନୟାଗଡ ଜିଲ୍ଲାରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୂଆପଡା ୧,ା ପୁରୀ ଜିଲ୍ଲାରୁ ୧୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । । ସମ୍ବଲପୁରରୁ ୪୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୬୯ ଜଣ ଓ ଷ୍ଟେଟ୍ ପୁଲରୁ ୬୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।