
ଭୁବନେଶ୍ୱର, ରାଜ୍ୟରେ କରୋନା ସଂକ୍ରମଣ ଲଗାତାର ବଢିବା କାରଣରୁ ଚିନ୍ତା ବଢିଛି । ଏହାକୁ ଆଖି ଆଗରେ ରଖି ଆଜି ସନ୍ଧ୍ୟା ୫ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟରେ କୋଭିଡ୍ ସ୍ଥିତି ସମୀକ୍ଷା କରିବେ । ମୁଖ୍ୟ ଶାସନ ସଚିବ ଓ ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀମାନେ ଏହି ସମୀକ୍ଷା ବୈଠକରେ ଉପସ୍ଥିତ ରହିବେ ବୋଲି ଜଣାଯାଇଛି ।