
ଭୁବନେଶ୍ୱର, ରାଜଧାନୀର ବିଭିନ୍ନ ସ୍ଥାନରେ ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ବୁଧବାର ଭୁବନେଶ୍ୱରର ୫ଟି ସ୍ଥାନରେ ମାଇକ୍ରୋ କେଂଟନମେଂଟ ଜୋନ୍ ଘୋଷଣା କରିଛି ଭୁବନେଶ୍ୱର ମହାନଗର ନିଗମ (ବିଏମସି) ।
ଭୁବନେଶ୍ୱରର ଆଚାର୍ଯ୍ୟ ବିହାର ସାଇ ମନ୍ଦିର ନିକଟସ୍ଥ ଏକ ପ୍ଲଟରୁ ଏକାଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଫଳରେ ଉକ୍ତ ଅଂଚଳକୁ ବିଏମସି ପକ୍ଷରୁ କେଂଟନମେଂଟ ଜୋନ ଘୋଷଣା କରାଯାଇଛି । ସେହିପରି ଆଚାର୍ଯ୍ୟ ବିହାର ଅନ୍ତର୍ଗତ ପାଣି ଟାଙ୍କି, ସତ୍ୟନଗର, ବାପୁଜୀ ନଗର, ଟଙ୍କପାଣି ରୋଡ଼ ଅଧିନସ୍ଥ ବିଷ୍ଣୁ ନଗର ଆଦି ଅଂଚଳମାନଙ୍କରେ ଏକାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ୫ଟି ଅଂଚଳର ସମସ୍ତ ଜନସାଧାରଣଙ୍କୁ ଘରେ ରହିବାକୁ କୁହାଯାଇଛି । କେଂଟନମେଂଟ ଜୋନ୍ ପରିସରକୁ କୌଣସି ବାହାର ଅଂଚଳର ଲୋକ ଯିବାକୁ ବାରଣ କରାଯାଇଛି ।
କେଂଟନମେଂଟ ସମୟରେ ଏହି ଅଂଚଳବାସୀଙ୍କ ପାଇଁ ବିଏମସି ପକ୍ଷରୁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଯୋଗାଇ ଦିଆଯିବ । ଏଥିପାଇଁ ବିଏମସି ପକ୍ଷରୁ ସ୍ୱତନ୍ତ୍ର ୱାର୍ଡ ଅଫିସରଙ୍କୁ ଦାୟିତ୍ୱ ଦିଆଯାଇଥିବା ଜଣାପଡ଼ିଛି ।